୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୩ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୦୯ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୩୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୦ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୭୧୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ୨୦ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭ଜଣ, ବୌଦ୍ଧ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୨୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୧୦ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୩୫ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୯ଜଣ, ନୟାଗଡ଼ ଜିଲ୍ଲାରୁ ୧୯ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୨୮ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩୧ଜଣ, ସୋନପୁର ଜିଲ୍ଲାରୁ ୩୨ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୦୬ଜଣ, ଷ୍ଟେଟ ପୁଲ୍‌ରୁ ୭୯ଜଣ ରହିଛନ୍ତି ।