ଆସନ୍ତା ୪ ଦିନ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ନେଇ ଆଇଏମଡି ପୂର୍ବାନୁମାନ କରିଛି ।

୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆସନ୍ତା ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । ମୌସୁମୀ ପୁଣି ସକ୍ରିୟ ଥିବା ବେଳେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ଏ ନେଇ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ପୂର୍ବାନୁମାନ କରିଛି ଆଇଏମଡି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଓ ସମ୍ବଲପୁର ଜିଲ୍ଲାରେ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୬ ଓ ୧୭ ତାରିଖରେ ଉତର ଉପକୂଳ ଓଡିଶା ସମେତ ଦକ୍ଷିଣ ଅଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।