ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୬୫ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦୬୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୨୪ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୧୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୨ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୮୨୪୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ବାଲେଶ୍ୱର ଜିଲ୍ଲାରୁ ୧୪ ଜଣ, ଭଦ୍ରକ ଜିଲ୍ଲାରୁ ୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, ବୌଦ୍ଧ ଜିଲ୍ଲାରୁ ୧ଜଣ, କଟକ ଜିଲ୍ଲାରୁ ୧୩୫ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ୨୧ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୮ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ ଜଣ, କନ୍ଧମାଳ ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬୧ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୫୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୫ଜଣ, ନୟାଗଡ଼ ଜିଲ୍ଲାରୁ ୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୫୮ଜଣ, ସୋନପୁର ଜିଲ୍ଲାରୁ ୩୧ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୧୧ଜଣ, ଷ୍ଟେଟ ପୁଲ୍‌ରୁ ୭୬ ଜଣ ରହିଛନ୍ତି ।