ଲଘୁଚାପ ପ୍ରଭାବରେ ବର୍ଷା ଜାରି, ଟ୍ୱିନ ସିଟିରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ବର୍ଷା ଜାରି ରହିବ । କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ରବିବାରଠାରୁ ରାଜ୍ୟରେ ଲଘୁଚାପର ପ୍ରଭାବ କମିବା ସହ ବର୍ଷା ବି କମିଯିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏଭଳି ପୂର୍ବାନୁମାନ ଦେଇଛି ।

ଶନିବାର କେନ୍ଦ୍ରୀୟ ଓଡ଼ିଶାରେ ଅଧିକ ବର୍ଷା ହେବ । ନୂଆପଡ଼ା, ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୋନପୁର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଛି । ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳରେ ପାଣି ଜମିବାର ଆଶଙ୍କା ରହିଛି । ୧୭ ଓ ୧୮ ଦୁଇ ଦିନ ରାଜ୍ୟର ଉତ୍ତର ଆଭ୍ୟନ୍ତରୀଣ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ।