ଖାଲରେ ପଡିଲା ତୀର୍ଥଯାତ୍ରୀ ବସ୍‌

ଗୁଜରାଟର ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ ଦୁର୍ଘଟଣା ଘଟି ୭ ଜଣଙ୍କର ମୃତ୍ୟୁ ଘଟିଛି ।

୭ ମୃତ; ୨୭ ଉଦ୍ଧାର

ଉତରାଖଣ୍ଡ: ଗୁଜରାଟର ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ ଉତରାଖଣ୍ଡର ଉତରକାଶୀ ଜିଲ୍ଲାରେ ଦୁର୍ଘଟଣା ଘଟିଛି । ବସରେ ୩୫ ଜଣ ଯାତ୍ରୀ ଥିବା ବେଳେ ୭ ଜଣଙ୍କର ମୃତ୍ୟୁ ଘଟିଛି । ବର୍ତମାନ ସୁଦ୍ଧା ୨୭ ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଭଗ୍ନାବଶେଷରେ ଫସି ରହିଥିବା ଆଉ ଜଣେ ବ୍ୟକ୍ତିଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରହିଛି ।
ବସଟି ଗଙ୍ଗୋତ୍ରୀରୁ ଫେରୁଥିବା ବେଳେ ଗଙ୍ଗନାନିଠାରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଦୁର୍ଘଟଣାରେ ଆହତ ହୋଇଥିବା ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଜିଲ୍ଲା ଚିକିତ୍ସାଳୟରେ ଭର୍ତି କରାଯାଇଥିଲା । ଉତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମୀ ଏହି ଦୁର୍ଘଟଣା ସମ୍ପର୍କରେ ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ସେ ନିର୍ଦ୍ଦେଶନାମା ଜାରି କରିଛନ୍ତି । ଏହା ସହ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିବା ସହ ଉତରାଖଣ୍ଡ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି ।