ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ଅସୁସ୍ଥ

ଓଡିଆ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ କୌଣସି ସ୍ୱାସ୍ଥ୍ୟଗତ ସମସ୍ୟା ଦେଇ ଗତି କରି ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା

ଭୁବନେଶ୍ବର: ଜଣାଶୁଣା ଓଡିଆ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ କୌଣସି ସ୍ୱାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଛନ୍ତି। ସ୍ୱାସ୍ଥ୍ୟାବସ୍ଥା ଭଲ ନଥିବାରୁ ବର୍ତ୍ତମାନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ସେ ଦୁର୍ବଳ ହୋଇ ଯାଇଥିବାରୁ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ କିନ୍ତୁ ବର୍ତ୍ତମାନ ସେ ଠିକ ଅଛନ୍ତି ବୋଲି ସ୍ତ୍ରୀ କସ୍ତୁରବା ପଟ୍ଟନାୟକ କହିଛନ୍ତି।

ପ୍ରଣବଙ୍କ ସ୍ୱାସ୍ଥ୍ୟ ଖରାପ ଥିବା ଖବର ଶୁଣିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଏକ ପ୍ରତିନିଧି ଦଳ ତଥା ଓଡିଶା ଚଳଚ୍ଚିତ୍ର ବିକାଶ ନିଗମର ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଦିଲୀପ ରାଉତରାୟ, ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଚନ୍ଦ୍ର ଆଚାର୍ଯ୍ୟ ଏବଂ ଓଡ଼ିଶା ସଂଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ ତାଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥାରେ ଶୀଘ୍ର ଆରୋଗ୍ୟ କାମନା କରିବା ସହ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପ୍ରଦାନ କରିଥିଲେ। ଏହା ସହ ତାଙ୍କ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀଙ୍କ ତରଫରୁ ସହାୟତା ଟଙ୍କା ଭାବରେ ପ୍ରତିନିଧି ଦଳ ୧ ଲକ୍ଷ ଟଙ୍କାର ଚେକ୍ ପ୍ରଦାନ କରିଥିଲେ।

ଜାନୁଆରୀ ୨୦, ୧୯୩୮ରେ ଜନ୍ମଗ୍ରହଣ କରିଥିବା ପ୍ରଣବ ପଟ୍ଟନାୟକ ତାଙ୍କ ପିତା ଲାଲ ମୋହନ ପଟ୍ଟନାୟକଙ୍କ ଦ୍ୱାରା ଅନୁପ୍ରାଣିତ ହୋଇ ସଙ୍ଗୀତ କ୍ଷେତ୍ରରେ ପାଦ ଥାପିଥିଲେ। ସେ ମୁଖ୍ୟତଃ ଓଡ଼ିଶୀ, ଲୋକ ସଙ୍ଗୀତ, ଭକ୍ତି ସଙ୍ଗୀତ, ଶାସ୍ତ୍ରୀୟ ସଙ୍ଗୀତ ଏବଂ ପାରମ୍ପାରିକ ଗୀତ ଗାଉଥିଲେ ଏବଂ ହିନ୍ଦୀ ଗଜଲରେ ମଧ୍ୟ ସ୍ୱର ମଧ୍ୟ ପ୍ରଦାନ କରିଥିଲେ। ସେ ଚଳଚ୍ଚିତ୍ର ଜଗତର ସମ୍ମାନସ୍ପଦ ଜୟଦେବ ସମ୍ମାନରେ ମଧ୍ୟ ସମ୍ମାନୀତ ହୋଇଥିଲେ। ଏତଦ୍ ବ୍ୟତୀତ ସେ ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଥିଲେ।