ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ ନୂତନ ପଦବୀ

ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ପଦବୀ ସଂକ୍ରାନ୍ତରେ ଜାଣନ୍ତୁ

ଭୁବନେଶ୍ୱର;ତା.୨୪.୮.୨୩: ଅନୁଗୁଳ ଜିଲ୍ଲା ବନ୍ତଳା ଠାରେ ନୂତନ ଭାବେ ସ୍ଥାପିତ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ବିଭିନ୍ନ ବର୍ଗର ୧୫ଟି ପଦବୀକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ ଦେଇଛନ୍ତି ।
ପ୍ରକାଶଯୋଗ୍ୟ ଯେ ବନ୍ତଳା ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଏକ ନୂତନ ଅଗ୍ନିଶମ ସେବା କେନ୍ଦ୍ର ସ୍ଥାପନ ପାଇଁ ଗତ ଜୁଲାଇ ମାସରେ ଅନୁମୋଦନ ଦେଇଥିଲେ । ଏହାସହିତ ଆଜି ଏହି ନୂତନ ଅଗ୍ନିଶମ ସେବା କେନ୍ଦ୍ର ପାଇଁ ୧୫ଟି ପଦବୀ ଅନୁମୋଦନ କରିଛନ୍ତି । ଏହି ପଦବୀ ଗୁଡିକ ହେଲା – ଗୋଟିଏ ଷ୍ଟେସନ ଅଫିସର, ଦୁଇଟି ଖରବୟସଦ୍ଭଶ ୠସକ୍ସରଜ୍ଞବଦ୍ଭ, ଗୋଟିଏ ଡ୍ରାଇଭର-ହାବିଲଦାର, ଗୋଟିଏ ଫାୟାରମ୍ୟାନ ଡ୍ରାଇଭର ଏବଂ ୧୦ଟି ଫାୟାରମ୍ୟାନ ପଦବୀ । ଖୁବଶୀଘ୍ର ଏହି ପଦବୀ ଗୁଡିକ ପୂରଣ ହୋଇ ବନ୍ତଳା ଅଗ୍ନିଶମ ସେବା କେନ୍ଦ୍ର କାର‌୍ୟ୍ୟକ୍ଷମ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।