କମିଲା ସଂକ୍ରମଣ,ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୭୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୧୭।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଲଗାତର ଭାବେ କିଛି ଦିନ ହେଲା ଏକ ହଜାର ଉପରେ ରହୁଥିଲା କରୋନା । କିନ୍ତୁ ଏହା ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୭୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧୨ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୨୩ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୯୯୧୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।