ସୋମବାର ଖୋଲିବ ହୀରାକୁଦ ଜଳଭଣ୍ଡାର

ସମ୍ବଲପୁର: ସୋମବାର ଖୋଲିବ ହୀରାକୁଦ ଜଳଭଣ୍ଡାର। କାଲି ଦିନ ୧୧ଟାରେ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ। ପ୍ରଥମ ଦିନରେ ୫ଟି ଗେଟ୍ ଖୋଲାଯିବା ନେଇ ନିର୍ଦ୍ଦେଶନାମା ଜାରି ହୋଇଛି। ଏନେଇ ସମ୍ବଲପୁର ସମେତ ତଳ ମୁଣ୍ଡର ୧୨ଟି ଜିଲ୍ଲାର ଜିଲ୍ଲାପାଳ ଓ ଏସପିଙ୍କୁ ସତର୍କ ସୂଚନା ଜାରି କରିଛନ୍ତି ଡ୍ୟାମ୍‌ କର୍ତ୍ତୃପକ୍ଷ।

ତେବେ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ଛଡାଯିବ ପରେ ଶାଖା ନଦୀ ଫୁଲି ଉଠିବାର ସମ୍ଭାବନା ରହିଛି । ତେଣୁ ସମସ୍ତଙ୍କୁ ନଦୀକୁ ଯିବାକୁ ବାରଣ କରାଯାଇଛି। ତେବେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳ ପ୍ରବେଶ ବଢୁଛି । ଏହାସହ କଲମାର ସବୁ ଗେଟ ଖୋଲା ରହିଛି । ଶାଖା ନଦୀ ଫୁଲି ଉଠିବାର ସମ୍ଭାବନା ଥିବାରୁ ନଦୀକୁ ଯିବାକୁ ବାରଣ କରାଯାଇଛି। ଏନେଇ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ଡ୍ଯାମ କର୍ତ୍ତୃପକ୍ଷ।