ପ୍ରବଳ ବର୍ଷା ସମ୍ଭାବନା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ମାଲକାନଗିରି ଓ ବଲାଙ୍ଗୀର ଜିଲ୍ଲାରେ ବର୍ଷା ନେଇ ସୂଚନା ଜାରି କରିଛି ପାଣିପାଗ ବିଭାଗ ।

ସେହିପରି ଲଗାଣ ବର୍ଷାରେ ବେହାଲ୍ ହୋଇଛି ଉପକୂଳ ଓଡ଼ିଶା । ଦକ୍ଷିଣ ଲଘୁଚାପ ଓ ଘୂର୍ଣ୍ଣିବଳୟ ପ୍ରଭାବରେ ଜାରୀ ରହିଛି ବିଭିନ୍ନ ସ୍ଥାନରେ ବର୍ଷା । ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ।

ଏନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଗଞ୍ଜାମ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ରାୟଗଡ଼ା, ପୁରୀ, ଖୋର୍ଦ୍ଧା ଓ କନ୍ଧମାଳରେ ବର୍ଷା ହେବା ନେଇ ଜଣାପଡ଼ିଛି ।