ଶିବ ଶଙ୍କର ମିଶ୍ର, ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ଆଇନଜୀବୀ ଶିବ ଶଙ୍କର ମିଶ୍ର ଫ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ହାଇକୋର୍ଟ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି ।

ରାଷ୍ଟ୍ରପତି ଦେଲେ ନିଯୁକ୍ତି

କଟକ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୁପ୍ରିମକୋର୍ଟର ଆଇନଜୀବୀ ଶିବ ଶଙ୍କର ମିଶ୍ର ଓ ବିଚାର ବିଭାଗୀୟ ଅଧିକାରୀ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଓଡିଶା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ଗତମାସରେ ଉଭୟଙ୍କ ନାମ ସୁପାରିସ କରିଥିଲେ । ଏହାସହ କେରଳ ହାଇକୋର୍ଟର ଅତିରିକ୍ତ ବିଚାରପତି ଜଷ୍ଟିସ ସିଏସ ସୁଧାଙ୍କୁ ସେହି ହାଇକୋର୍ଟରେ ବିଚାରପତି ନିଯୁକ୍ତି ଦେଇଥିବା ବେଳେ ବୁଦୀ ହାବୁଙ୍ଗଙ୍କୁ ଗୌହାଟୀ ହାଇକୋର୍ଟର ଅତିରିକ୍ତ ବିଚାରପତି ଭାବେ ନିଯୁକ୍ତି ଦେଇଛନ୍ତି । ଏ ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ରାଷ୍ଟ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ସୂଚନା ଦେଇଛନ୍ତି ।