ପୁଣି ବର୍ଷିବ

ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୧୦ ଦିନ ଯାଏ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଉତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆଜି ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି ।
ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଆଜି ସାରା ରାଜ୍ୟରେ ବର୍ଷା ହେବାକୁ ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଥିବା ବେଳେ ମଙ୍ଗଳବାର ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ଆସନ୍ତା ୧୦ ଦିନ ମଧ୍ୟରେ ସେପ୍ଟେମ୍ବର ୧୫ ତାରିଖ ଯାଏ ପ୍ରବଳ ବର୍ଷା ହେବାର ଅଛି, ଯାହାକି ଓଡିଶାରେ ବର୍ଷାର ଆଭାବ ସ୍ଥିତିରେ ସୁଧାର ଆଣି ପାରିବ ।