ଆଜି ରାଜ୍ୟ ସାରା ପ୍ରବଳ ବର୍ଷା

ଆଜି ରାଜ୍ୟରେ ଘୁର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର,୮/୯: ଆଜି ରାଜ୍ୟରେ ଘୁର୍ଣ୍ଣିବଳୟ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପ୍ରାୟ ୨୩ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଛି। ସେହିଭଳି ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, ଖୋର୍ଦ୍ଧା, କଟକ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ ଓ ଢେଙ୍କାନାଳରେ ମଧ୍ୟ ଆଜି ପ୍ରବଳ ବର୍ଷାର ସମ୍ଭାବନା ଅଛି। ତେବେ ଆସନ୍ତା ସେପ୍ଟେମ୍ବର ୧୨ରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି