୩ ଘଂଟା ମଧ୍ୟରେ ଟ୍ୱିନ ସିଟିରେ ବର୍ଷା ଓ ବଜ୍ରପାତ ସମ୍ଭାବନା

ଆସନ୍ତା ୩ ଘଂଟା ମଧ୍ୟରେ ଟ୍ୱିନ ସିଟିରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

୨୧ ଜିଲ୍ଲାକୁ ୟେଲୋ ଆଲର୍ଟ

ଭୁବନେଶ୍ୱର,୧୦/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ସପ୍ତାହରୁ ବର୍ଷାର ପରିମାଣ ବଢିବାର ସମ୍ଭାବନା ଅଛି । ସେହିପରି ଆସନ୍ତା ୩ ଘଂଟା ମଧ୍ୟରେ ଅର୍ଥାତ୍ ଅପରାହ୍ଣ ୪ଟା ୧୫ ଯାଏ ଟ୍ୱିନ ସିଟିରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଆଇଏମଡି ପକ୍ଷରୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
ରାଜ୍ୟର ମାଲକାନଗିରି, କୋରାପୁଟ, ରାୁୟଗଡା, ଗଜପତି, ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ନୟାଗଡ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡା, ସମ୍ବଲପୁର, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର, କଟକ, ଖୋର୍ଦ୍ଧା ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକର ସମ୍ଭାବନା ଥିବାରୁ ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ବାହାରକୁ ନବାକାରିବାକୁ ପରାମର୍ଶ ଦିଆଯାଇଛି ।