ଉପସଭାପତି ପଦରୁ ହଟିଲେ ସୌମ୍ୟ

ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଉପସଭାପତି ପଦରୁ ବହିଷ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ବିଜେଡି ସୁପ୍ରିମୋଙ୍କ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: କିଛି ଦିନର ରାଜନୈତିକ ଉତ୍ତେଜନା ପରେ ବିଜେଡିର ବରିଷ୍ଠ ନେତା ତଥା ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଉପସଭାପତି ପଦରୁ ବହିଷ୍କୃତ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏ ନେଇ ନବୀନ ପଟ୍ଟନାୟକଙ୍କ ଦସ୍ତଖତ ସହ ବିଜେଡି ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଗତ କିଛି ଦିନ ତଳେ ସୌମ୍ୟଙ୍କ ସମ୍ପାଦକୀୟକୁ ନେଇ ବିଜେଡି ନେତାମାନେ ତାଙ୍କୁ ସମାଲୋଚନା କରିଥିଲେ।