୨୪ ଘଣ୍ଟା ମଧ୍ୟରେ ୧୨ ଜିଲ୍ଲାରେ ପ୍ରବଳ ବର୍ଷା

ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନୟାଗଡ଼, ବୌଦ୍ଧ, କଟକ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।