ଭୁବନେଶ୍ୱର: ସରିଲା ରାଜ୍ୟ କ୍ୟାବିନେଟ୍ର ବୈଠକ । ମଙ୍ଗଳବାର ବସିଥିବା ରାଜ୍ୟ କ୍ୟାବିନେଟ୍ର ଏହି ବୈଠକରେ ୧୭ଟି ପ୍ରସ୍ତାବ ଉପରେ ମୋହର ଲାଗିଛି । ଏନେଇ ବିଧାନସଭାରେ ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ନିରଞ୍ଜନ ପୂଜାରୀ ।
ତେବେ କ୍ୟାବିନେଟ୍ରେ ହୋଇଥିବା ନିଷ୍ପତ୍ତି ମଧ୍ୟରେ, ୨୦୨୨ ଆଇଟି ପଲିସିକୁ କ୍ୟାବିନେଟର ମୋହର ଲାଗିଛି । ଆଇଟି କ୍ଷେତ୍ରରେ ଅଧିକ ନିଯୁକ୍ତି ଓ ପୁଞ୍ଜିନିବେଶର ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର ।
ପାଇକ ବିଦ୍ରୋହ ସ୍ମାରକୀ ପାଇଁ ରାଜ୍ୟ ସରକାର ଯୋଗାଇଛନ୍ତି ୯.୬୮ ଏକର ଜମି । ଖୋର୍ଦ୍ଧା ବରୁଣେଇ ଠାରେ ଜମି ଯୋଗାଇ ଦିଆଯାଇଛି ।