୪ ଯାଏ ପ୍ରବଳ ବର୍ଷା

ରାଜ୍ୟରେ ୪ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର,୦୨/୧୦: ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୩ ଦିନ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ଆସନ୍ତା ୨୪ ଘଂଟା ପାଇଁ ୫ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ଜାରି କରିଛି ଆଇଏମଡି । ୫ଟି ଜିଲ୍ଲା ମଧ୍ୟରେ ସୁନ୍ଦରଗଡ, ଝାରସୁଗୁଡା, ଦେଓଗଡ, କେନ୍ଦୁଝର ଏବଂ ସମ୍ବଲପୁର ଜିଲ୍ଲା ରହିଛି । ଆସନ୍ତା କାଲି ପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି । ଏହି ଜିଲ୍ଲା ଗୁଡିକ ହେଉଛି ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ଯା୍‌ଜପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ସୁନ୍ଦରଗଡ ଏବଂ ଦେଓଗଡ । ଆସନ୍ତା ୪ ତାରିଖ ଯାଏ ରାଜ୍ୟରେ ବର୍ଷା ହେବାକୁ ଥିବା ବେଳେ ତାପରେ ରାଜ୍ୟରେ ବର୍ଷାର ପରିମାଣ କମିବ ବୋଲି ଆଇଏମଡି କହିଛି ।