୨୪ ଘଣ୍ଟା ମଧ୍ୟରେ ୭ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ଗୁରୁବାର ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଗଂଜାମ, ପୁରୀ, ଜଗତସିଂହପୁର ଓ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହାକୁ ଦୃଷ୍ଟିରେ ରଖି ଏହି ୭ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।