ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଅଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି।

ଆଇଏମଡି ପକ୍ଷରୁ ଆଲର୍ଟ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ କୁହାଯାଇଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଆକାଶ ଆଂଶିକ ମେଘୁଆ ରହିବା ସହ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପକ୍ଷରୁ ପୂର୍ବାନୁମାନ କରାଯାଇଛି।