ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
ପଣ୍ଡିତ ଗୋପବନ୍ଧୁ ଦାସଙ୍କୁ ମୁଖ୍ୟମନ୍ତ୍ରୀ ଏକ୍ସ ହ୍ୟାଣ୍ଡେଲରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।
ଗୋପବନ୍ଧୁଙ୍କ ୧୪୬ତମ ପୂଣ୍ୟ ଜନ୍ମତିଥି
ଭୁବନେଶ୍ୱର: ସେବା ଓ ତ୍ୟାଗର ଅନନ୍ୟ ପ୍ରତୀକ ତଥା ମହାନ ସ୍ୱାଧୀନତା ସଂଗ୍ରାମୀ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ପୂଣ୍ୟ ଜନ୍ମତିଥି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଏକ୍ସ ହ୍ୟାଣ୍ଡେଲରେ ଲେଖିଛନ୍ତି, ଲୋକଙ୍କ ସେବା ଓ ଉନ୍ନତି ପାଇଁ ତାଙ୍କର ଆଜୀବନ ସମର୍ପଣ ଏବଂ ସୁଆଣ୍ଡୋରେ ସତ୍ୟବାଦୀ ବନ ବିଦ୍ୟାଳୟ ପ୍ରତିଷ୍ଠା କରି କିପରି ଏକ ଶିକ୍ଷିତ ସମାଜ ଗଠନ କରାଯାଇପାରିବ ତାହା ସେ ଦେଖାଇଥିଲେ ଯାହା ସର୍ବଦା ପ୍ରେରଣାର ଉତ୍ସ।
ଗୋପବନ୍ଧୁ ୧୮୭୭ ମସିହା ଅକ୍ଟୋବର ୯ ତାରିଖରେ ପୁରୀ ଜିଲ୍ଲାର ସୁଆଣ୍ଡୋଠାରେ ଜନ୍ମଗ୍ରହଣ କରିଥିଲେ। ୧୯୩୬ ମସିହାରେ ଏକ ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ୧୯୧୭ରୁ ୧୯୨୧ ପର୍ଯ୍ୟନ୍ତ ବିହାର-ଓଡ଼ିଶା ବିଧାନସଭାର ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ଗୋପବନ୍ଧୁ ପରବର୍ତ୍ତୀ ସମୟରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ପ୍ରଥମ ଅଧ୍ୟକ୍ଷ ହୋଇଥିଲେ।