ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି ପୂର୍ବାନୁମାନ କରିଛି।

୩ ଦିନ ଭିତରେ ବର୍ଷା

ଭୁବନେଶ୍ବର,୧୭/୧୦: ତାତିରୁ ମିଳିବ ଆଶ୍ୱସ୍ତି। ଆସନ୍ତା ୩ ଦିନ ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଆଉ କେତେକ ସ୍ଥାନରେ ପାଗ ଶୁଖିଲା ରହିବ। ପାଗ ଶୁଖିଲା ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର କେତେକ ସ୍ଥାନରେ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱାଭାବିକଠାରୁ କମ୍ ରହିଛି।

ଆସନ୍ତା କାଲି ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ, ଗଜପତି, କୋରାପୁଟ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି। ୧୯ ତାରିଖରେ କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାକୁ ଥିବା ବେଳେ ୨୦ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।