ରଘୁବର ଦାସ ଓଡ଼ିଶାର ନୂଆ ରାଜ୍ୟପାଳ

ରଘୁବର ଦାସଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି।

ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର, ୧୯.୧୦.୨୦୨୩: ବୁଧବାର ରାଷ୍ଟ୍ରପତି ଭବନ ପକ୍ଷରୁ ରଘୁବର ଦାସଙ୍କୁ ଓଡ଼ିଶାର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ନିଯୁକ୍ତି ଦେଇଛନ୍ତି।

ବର୍ତ୍ତମାନ ରଘୁବର ଦାସ ପୂର୍ବତନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ଥାନରେ ଓଡ଼ିଶାର ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କରିବେ। ଗଣେଶୀ ଲାଲଙ୍କ କାର୍ଯ୍ୟକାଳ ୨୦୨୩ ମେ ୨୮ରେ ଶେଷ ହୋଇଥିଲା। ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଥିବା ରଘୁବର ଦାସ ବର୍ତ୍ତମାନ ଭାରତୀୟ ଜନତା ପାର୍ଟି (ବିଜେପି)ର ଅନ୍ୟତମ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ପଦରେ ଅଛନ୍ତି।

ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ପାଇଥିବା ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଲେଖିଛନ୍ତି, ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିବାରୁ ଶ୍ରୀ ରଘୁବର ଦାସଙ୍କୁ ଅଭିନନ୍ଦନ ଜଣାଉଛି। ରାଜ୍ୟର ବିକାଶ ଓ ଜନକଲ୍ୟାଣ ଦିଗରେ ତାଙ୍କ ସହ ମିଶି କାମ କରିବାକୁ ଆଗ୍ରହୀ। ତାଙ୍କ ସଫଳ କାର୍ଯ୍ୟକାଳ କାମନା କରୁଛି।