୨୪ ଘଣ୍ଟାରେ ରାଜ୍ୟରେ ବର୍ଷା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।

ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବାକୁ ପରାମର୍ଶ

ଭୁବନେଶ୍ବର, ୨୨.୧୦.୨୦୨୩: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି।

ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗତ ୬ ଘଣ୍ଟା ମଧ୍ୟରେ ୦୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ପାରାଦୀପ (ଓଡ଼ିଶା)ଠାରୁ ପ୍ରାୟ ୬୦୦ କିଲୋମିଟର ଦକ୍ଷିଣ, ଦୀଘା (ପଶ୍ଚିମବଙ୍ଗ)ଠାରୁ ୭୬୦ କିଲୋମିଟର ଦକ୍ଷିଣ ଓ ଖେପୁପଡ଼ା (ବାଂଲାଦେଶ)ର ୯୦୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପଶ୍ଚିମ ଦିଗରେ କେନ୍ଦ୍ରୀଭୂତ ହୋଇଛି।

ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବାକି ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଅକ୍ଟୋବର ୨୩ ସୁଦ୍ଧା ରାଜ୍ୟରେ ବର୍ଷା ପରିମାଣ ବଢିବାର ସମ୍ଭାବନା ଥିବାରୁ ଏହି ସମୟ ମଧ୍ୟରେ ଏହି ଅଞ୍ଚଳରେ ସମୁଦ୍ର ଅଶାନ୍ତ ରହିବ। ୨୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଉପକୂଳ ଓ ଉତ୍ତର ବଙ୍ଗୋପସାଗରକୁ ନ ଯିବାକୁ ପରାମର୍ଶ ଦିଆଯାଇଛି।