ନୂତନ ଅତିରିକ୍ତ ଜିଲ୍ଲାପାଳ ଓ ଉପଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ

ଭୁବନେଶ୍ବରର ନୂତନ ଅତିରିକ୍ତ ଜିଲ୍ଲାପାଳ ଓ ଉପଜିଲ୍ଲାପାଳ ଦାୟିତ୍ୱ ଗ୍ରହଣ କରିଛନ୍ତି।

ବରିଷ୍ଠ ଅଧିକାରୀଙ୍କ ଦ୍ବାରା ସ୍ୱାଗତ

ଭୁବନେଶ୍ବର- ୨୫.୧୦.୦୨୨୩- ଭୁବନେଶ୍ବର ଅତିରିକ୍ତ ଜିଲ୍ଲାପାଳ ଭାବେ ଶ୍ରୀ ରୁଦ୍ର ନାରାୟଣ ମହାନ୍ତି ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦିଲ୍ଲୀପ କୁମାର ମହାପାତ୍ରଙ୍କ ଠାରୁ ଶ୍ରୀ ମହାନ୍ତି ଦାୟିତ୍ବ ଗ୍ରହଣ କରିଛନ୍ତି । ଶ୍ରୀ ମହାନ୍ତି ପୂର୍ବରୁ ମୟୁରଭଞ୍ଜ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରତ ଥିଲେ । ସେହିପରି ଶ୍ରୀ ମହାପାତ୍ରଙ୍କ ଇସ୍ପାତ ଓ ଖଣି ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ଅନ୍ୟପକ୍ଷରେ ଭୁବନେଶ୍ୱରର ନୂତନ ଉପ ଜିଲ୍ଲାପାଳ ଭାବେ ଶ୍ରୀ ଚିନ୍ମୟ କୁମାର ଆଚାର୍ଯ୍ୟ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ସଂସଦୀୟ ବ୍ୟାପାର ବିଭାଗରେ ଥିବା ବେଳେ ବର୍ତ୍ତମାନର ଉପ ଜିଲ୍ଲାପାଳ ଶ୍ରୀ ମଧୁସୂଦନ ବେହେରାଙ୍କ ଅନୁସୂଚିତ ଜାତି ଓ ଜନଜାତି ବିଭାଗକୁ ବଦଳି ହୋଇଛି ।

ଏହି ଅବସରରେ ବରିଷ୍ଠ ଅଧିକାରୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ନୂତନ ଅତିରିକ୍ତ ଜିଲ୍ଲାପାଳ ଓ ଉପ ଜିଲ୍ଲାପାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ ।