ମହେଶ୍ୱର ମହାନ୍ତି ଓଡ଼ିଶା ରାଜନୀତିରେ ଜଣେ କୁଶଳୀ ରାଜନେତା ଥିଲେ: ଧର୍ମେନ୍ଦ୍ର ପ୍ରଧାନ

• ମହେଶ୍ୱର ମହାନ୍ତିଙ୍କ ସହ ମୋର ବ୍ୟକ୍ତିଗତ ସମ୍ପର୍କ ବହୁତ ଘନିଷ୍ଠ ଥିଲା • ମୁଁ ତାଙ୍କ ଠାରୁ ୨୦୦୪ ମସିହାରେ ଓଡ଼ିଶା ବିଧାନସଭାର ସମ୍ମାନଜନକ “ଉତ୍କଳମଣି ଗୋପବନ୍ଧୁ ପ୍ରତିଭା - ୨୦୦୩” ପୁରସ୍କାର ଗ୍ରହଣ କରିଥିଲି, ତାଙ୍କ ସହ ଥିବା ମୋର ସ୍ମୃତି ସ୍ମରଣୀୟ ହୋଇରହିବ

ମହେଶ୍ୱର ମହାନ୍ତିଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୦୭/୧୧/୨୩: ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି, ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ମହେଶ୍ୱର ମହାନ୍ତିଙ୍କ ବିୟୋଗରେ ଟ୍ୱିଟ୍ କରି ଗଭୀର ଶୋକପ୍ରକାଶ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ମହେଶ୍ୱର ମହାନ୍ତିଙ୍କ ସହ ମୋର ବ୍ୟକ୍ତିଗତ ସମ୍ପର୍କ ବହୁତ ଘନିଷ୍ଠ ଥିଲା । ମୁଁ ତାଙ୍କ ଠାରୁ ୨୦୦୪ ମସିହାରେ ଓଡ଼ିଶା ବିଧାନସଭାର ସମ୍ମାନଜନକ “ଉତ୍କଳମଣି ଗୋପବନ୍ଧୁ ପ୍ରତିଭା – ୨୦୦୩” ପୁରସ୍କାର ଗ୍ରହଣ କରିଥିଲି । ତାଙ୍କ ସହ ଥିବା ମୋର ସ୍ମୃତି ସ୍ମରଣୀୟ ହୋଇରହିବ ।

ରାଜ୍ୟ ରାଜନୀତିରେ ସେ ଜଣେ କୁଶଳୀ ରାଜନେତା ଥିଲେ । ବିଶେଷ ଭାବରେ ଲମ୍ବା ସମୟ ଧରି ଜନପ୍ରତିନିଧି ଭାବରେ ପୁରୀବାସୀଙ୍କ ପାଇଁ ସେ କରିଥିବା କାର୍ଯ୍ୟ ଓ ତାଙ୍କର ସାଂଗଠନିକ ଦକ୍ଷତା ସବୁ ଦିନ ପାଇଁ ମନେରହିବ । ଶ୍ରୀ ପ୍ରଧାନ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।