ଆସନ୍ତା ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି

ଭୁବନେଶ୍ୱର,୧୦/୧୧/୨୩: ଆସନ୍ତା ସପ୍ତାହରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ନଭେମ୍ବର ୧୪ ସୁଦ୍ଧା ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଫଳରେ ନଭେମ୍ବର ୧୫ ସୁଦ୍ଧା ଏହା ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ରର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ନଭେମ୍ବର ୧୫ ତାରିଖରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ୧୬ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।