ଦିଲ୍ଲୀ ମେଟ୍ରୋ ରେଳ ନିଗମ ସହ ଭୁବନେଶ୍ୱର ମେଟ୍ରୋ ରେଳ ନିଗମ ବୁଝାମଣା ପତ୍ର ସ୍ୱାକ୍ଷରିତ

ଭର୍ଚୁଆଲ ଭାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି।

ଭୁବନେଶ୍ବର-କଟକ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଏମ୍ଓୟୁ ସ୍ୱାକ୍ଷରିତ

ଭୁବନେଶ୍ବର, ୨୦/୧୧/୨୩: ଭୁବନେଶ୍ୱର-କଟକ ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ସୋମବାର ଦିଲ୍ଲୀ ମେଟ୍ରୋ ରେଳ ନିଗମ (ଡିଏମଆରସି) ଭୁବନେଶ୍ୱର ମେଟ୍ରୋ ରେଳ ନିଗମର ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଭୁବନେଶ୍ବର ବିମାନବନ୍ଦରରୁ କଟକର ତ୍ରିଶୁଳିଆ ପର୍ଯ୍ୟନ୍ତ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ ନିର୍ମାଣ ପାଇଁ ଚୁକ୍ତି ସ୍ୱାକ୍ଷରିତ ହୋଇଛି।

ଭୁବନେଶ୍ୱର ବିମାନବନ୍ଦରରୁ ତ୍ରିଶୁଳିଆ ଛକ ପର୍ଯ୍ୟନ୍ତ ୬୨୫୫ କୋଟି ଟଙ୍କା ବ୍ୟୟରେ ପ୍ରଥମ ପର୍ଯ୍ୟାୟ ମେଟ୍ରୋ ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ କରିବା ପରେ ଦିଲ୍ଲୀ ମେଟ୍ରୋ ରେଳ ନିଗମ ସହ ମଧ୍ୟ ଏମଓୟୁ ସ୍ୱାକ୍ଷରିତ ହୋଇଛି। ଭର୍ଚୁଆଲ ପ୍ଲାଟଫର୍ମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଏହି ପ୍ରକଳ୍ପ ୪ ବର୍ଷ ମଧ୍ୟରେ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ, ଏହି ଚୁକ୍ତି ଦ୍ୱାରା ଓଡ଼ିଶାର ପରିବହନ ଇତିହାସରେ ଏକ ନୂତନ ଯୁଗର ଆରମ୍ଭ ହେବ। ଆମେ ଭୁବନେଶ୍ବରରେ ପରିବହନ କ୍ଷେତ୍ରରେ ଯଥେଷ୍ଟ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ଅଛୁ। ଏହି ପ୍ରକଳ୍ପ ବିଶ୍ୱସ୍ତରୀୟ ହେବା ଠିକ ସମୟରେ ଶେଷ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।