ଆଜି ରାଜ୍ୟରେ ମଧ୍ୟମ ଧରଣର ବର୍ଷା

ଆଜି ରାଜ୍ୟରେ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆଇଏମଡି ପୂର୍ବାନୁମାନ କରିଛି।

ଆଇଏମଡିର ପୂର୍ବାନୁମାନ

ଭୁବନେଶ୍ବର, ୨୧/୧୧/୨୩: ମଙ୍ଗଳବାର ଓଡ଼ିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏହା ବ୍ୟତୀତ ସାରା ରାଜ୍ୟରେ ରାତିର ସର୍ବନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ ଏବଂ ଓଡ଼ିଶାର ବାକି ଜିଲ୍ଲାଗୁଡ଼ିକରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି।