ଆଇଏଏସ ସୁଜାତା କାର୍ତ୍ତିକେୟନଙ୍କୁ ଅତିରିକ୍ତ ଦାୟିତ୍ୱ

ଆଇଏଏସ୍ ଅଫିସର ସୁଜାତା କାର୍ତ୍ତିକେୟନଙ୍କୁ ରାଜ୍ୟ ସରକାର ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି।

ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଜାରି

ଭୁବନେଶ୍ବର, ୨୨/୧୧/୨୩: ୨୦୦୦ ବ୍ୟାଚ୍ ଆଇଏଏସ୍ ଅଫିସର ସୁଜାତା ରାଉତ କାର୍ତ୍ତିକେୟନଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି।

ବର୍ତ୍ତମାନ ସେ ମିଶନ ଶକ୍ତି ବିଭାଗର କମିଶନର-କମ-ସଚିବ ପଦବୀରେ ଅଛନ୍ତି ।

ଓଡ଼ିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଜନଅଭିଯୋଗ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ କୁହାଯାଇଛି ଯେ ମିଶନ ଶକ୍ତି ବିଭାଗର କମିଶନର-କମ-ସଚିବ ସୁଜାତା ରାଉତ କାର୍ତ୍ତିକେୟନ, ଆଇଏଏସ୍ (ଆରଆର-୨୦୦୦) ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର କମିଶନର-କମ-ସଚିବ ଭାବେ ଅତିରିକ୍ତ ଦାୟିତ୍ୱରେ ରହିପାରିବେ।