ଆଜି ସଂଧ୍ୟାରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସନ୍ଧ୍ୟାରେ ଓଡ଼ିଶାରେ ପହଞ୍ଚି ଆସନ୍ତା କାଲି ପାରାଦ୍ବୀପରେ ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ।

ବୋଇତ ବନ୍ଦାଣ ଉତ୍ସବରେ ଯୋଗଦେବେ

ଭୁବନେଶ୍ବର, ୨୬/୧୧/୨୩: ପୁଣି ଥରେ ଓଡ଼ିଶା ଗସ୍ତରେ ଆସିବେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ସନ୍ଧ୍ୟାରେ ଓଡ଼ିଶାରେ ପହଞ୍ଚିବେ।

ଆସନ୍ତା ନଭେମ୍ବର ୨୭ ତାରିଖରେ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ପାରାଦୀପରେ ଆୟୋଜିତ ହେବାକୁ ଥିବା ବୋଇତ ବନ୍ଦାଣ ଉତ୍ସବରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ମିଳିଥିବା ସୂଚନା ଅନୁଯାୟୀ, ପାରାଦୀପ ଗସ୍ତ ପୂର୍ବରୁ ରାଷ୍ଟ୍ରପତି ମୁର୍ମୁ ଭୁବନେଶ୍ୱରରେ ପହଞ୍ଚି ରାଜଭବନ ଅଭିମୁଖେ ଯାତ୍ରା କରିବେ।

ପାରାଦୀପରେ ବୋଇତ ବନ୍ଦାଣ ସମାରୋହରେ ଯୋଗଦେଇ ମଲ୍ଟି ମଡେଲ ଲଜିଷ୍ଟିକ୍ ପାର୍କକୁ ଭର୍ଚୁଆଲ ଭାବେ ଉଦଘାଟନ କରିବା ସହ ପୋର୍ଟ ଟାଉନସିପ୍ ପାଇଁ ଏକ ନୂତନ ଜଳଭଣ୍ଡାର ଓ ଜଳ ବିଶୋଧନ ପ୍ଲାଣ୍ଟ ଏବଂ ପରବର୍ତ୍ତୀ ପିଢ଼ିର ଜାହାଜ ଟ୍ରାଫିକ୍ ପରିଚାଳନାର ଶିଳାନ୍ୟାସ କରିବେ।

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ପାରାଦୀପରେ ଜୋରଦାର ପ୍ରସ୍ତୁତି ଚାଲିଥିବା ବେଳେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।