୨୯ରେ ରାଜ୍ୟରେ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଆସନ୍ତା ୨୯ ତାରିଖରେ ବର୍ଷା ହେବାର ସମ୍ଭାବନା ରହିଛି।

ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି

ଭୁବନେଶ୍ବର,୨୬/୧୧/୨୩: ଆସନ୍ତା ନଭେମ୍ବର ୨୭ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରି ନଭେମ୍ବର ୨୯ ରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଲଘୁଚାପ ପ୍ରଭାବରେ ଆସନ୍ତା ୨୮ ଓ ୨୯ ତାରିଖରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, କନ୍ଧମାଳ ଏବଂ ନୂଆପଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।