ଆଗାମୀ ୪୮ ଘଣ୍ଟାରେ ଘୁର୍ଣ୍ଣିବଳୟ ସୃଷ୍ଟି

ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଘୁର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି।

ସମୂଦ୍ରକୁ ନଯିବାକୁ ପରାମର୍ଶ

ଭୁବନେଶ୍ବର,୨୯/୧୧/୨୩: ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରି ବୁଧବାର ଦିନ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବ। ଏହାପରେ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟରେ ପରିଣତ ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

ଆଇଏମଡିର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଓଡ଼ିଶା ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ମତ୍ସ୍ୟଜୀବୀମାନଙ୍କୁ ସତର୍କ ସୂଚନା ଜାରି କରିବା ସହ ସମୁଦ୍ର ଭିତରକୁ ନଯିବାକୁ କହିଛନ୍ତି।

ଏସଆରସି କହିଛନ୍ତି, ପୂର୍ବାନୁମାନ କରାଯାଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଡିସେମ୍ବର ପହିଲାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ଏହି ସମୟରେ ସମୁଦ୍ର ଅଶାନ୍ତ ରହିପାରେ। ନଭେମ୍ବର ୨୯ରୁ ଡିସେମ୍ବର ୧ ମଧ୍ୟରେ ନିକୋବର ଦ୍ୱୀପପୁଞ୍ଜରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।