ବାବୁଶାନ୍‌ ଏବଂ ପ୍ରକୃତି ମିଶ୍ର ପ୍ରେମ ଘଟଣା: ଥାନାରେ ରୁଜୁ ହେଲା ଉଭୟ ପକ୍ଷର ମାମଲା

ଭୁବନେଶ୍ୱର: ବହୁ ଚର୍ଚ୍ଚିତ ଓଲିଉଡ୍‌ ଷ୍ଟାର୍‌ ବାବୁଶାନ୍‌ ଏବଂ ପ୍ରକୃତି ମିଶ୍ର ଘଟଣାରେ ଥାନାରେ ଦୁଇ ପକ୍ଷରୁ ମାମଲା ରୁଜୁ ହୋଇଛି । ମଧ୍ୟାହ୍ନ ସମୟରେ ଖାରବେଳ ଥାନାରେ ପ୍ରକୃତି ମିଶ୍ରଙ୍କ ବାପା ମନ୍ମଥ ମିଶ୍ର ବାବୁଶାନଙ୍କ ପତ୍ନୀ ତୃପ୍ତିଙ୍କ ବିରୋଧରେ ଏଫ୍‌ଆଇଆର୍‌ ଦାଏର କରିଥିବା ବେଳେ ସନ୍ଧ୍ୟା ସମୟରେ ଥାନାରେ ବୋହୂଙ୍କ ସହ ପହଞ୍ଚିଥିଲେ ଅପରାଜିତା ମହାନ୍ତି ।

ସେ ମଧ୍ୟ ଥାନାରେ ମାମଲା ଦାଏର କରିଛନ୍ତି । ପ୍ରଥମେ ବୋହୂଙ୍କ ଘରେ ପହଞ୍ଚି ସେଠୁ ତାଙ୍କୁ ଧରି ଥାନାକୁ ଯାଇଥିଲେ ଅପରାଜିତା । ତୃପ୍ତିଙ୍କ ମାଉସୀ ମଧ୍ୟ ସେମାନଙ୍କ ସହିତ ରହିଥିବା ଦେଖିବାକୁ ମିଳିଥିଲା ।