ଆସନ୍ତାକାଲି ସ୍ଥଳଭାଗ ଛୁଇଁବ ବାତ୍ୟା ‘ମିଚାଉଙ୍ଗ’

ଆସନ୍ତାକାଲି ନେଲ୍ଲୋର ଓ ମଛଲିପାଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବ ସାମୁଦ୍ରିକ ଝଡ଼ 'ମିଚାଉଙ୍ଗ'।

ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ବର୍ଷା ହେବାର ସମ୍ଭାବନା

ଭୁବନେଶ୍ୱର,୦୩/୧୨/୨୩: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମିଚାଉଙ୍ଗ’ ସୋମବାର ସକାଳ ୫ଟାରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ନେଲ୍ଲୋର ଓ ମଛଲିପାଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବା ସହ ସର୍ବାଧିକ ୯୦ରୁ ୧୦୦ କିଲୋମିଟର ବେଗରେ ପବନ ବହିବ ବୋଲି ଭାରତୀୟ ପାଣିପାଗ ବିଭାଗ ରବିବାର କହିଛି।

ରବିବାର ଅପରାହ୍ନ ସାଢ଼େ ୫ଟାରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରର ମିଚାଉଙ୍ଗ ୧୧୦ କିଲୋମିଟର ବେଗରେ ଉତ୍ତର-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି।

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାର ସମସ୍ତ ସମୁଦ୍ରବନ୍ଦର ପାଇଁ ୨ ନମ୍ବର ବିପଦ ସଙ୍କେତ ଜାରି କରାଯାଇଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଆଇଏମଡି କହିଛି।