ବାତ୍ୟା ‘ମିଚାଉଙ୍ଗ’ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା

ବାତ୍ୟା ‘ମିଚାଉଙ୍ଗ’ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

ଗଜପତିରେ କାଲି ସବୁ ସ୍କୁଲ ଛୁଟି

ଭୁବନେଶ୍ବର, ୦୫/୧୨/୨୩: ବାତ୍ୟା ‘ମିଚାଉଙ୍ଗ’ ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଏ ନେଇ ଆସନ୍ତାକାଲି ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଗଜପତି ଜିଲ୍ଲାର ପ୍ରାଥମିକ, ଉଚ୍ଚ ପ୍ରାଥମିକ, ହାଇସ୍କୁଲ, ଅଙ୍ଗନବାଡ଼ି କେନ୍ଦ୍ର ସମେତ ସମସ୍ତ ସ୍କୁଲ ବୁଧବାର ବନ୍ଦ ରହିବ। ଏ ନେଇ ଗଜପତି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି।

ସୂଚନାଯୋଗ୍ୟ, ମଙ୍ଗଳବାର ମଧ୍ୟାହ୍ନରେ ଆନ୍ଧ୍ରପ୍ରଦେଶ ଉପକୂଳରେ ସ୍ଥଳଭାଗ ଛୁଇଁବାର ସମ୍ଭାବନା ଥିବା ବାତ୍ୟା ‘ମିଗଜୋମ’ ପ୍ରଭାବରେ ଓଡ଼ିଶାର ୫ଟି ଉପକୂଳବର୍ତ୍ତୀ ଜିଲ୍ଲା ତଥା ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାରେ ମଙ୍ଗଳବାର ଓ ବୁଧବାର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।