ଦୁର୍ବଳ ହେଉଛି ଘୂର୍ଣ୍ଣିବଳୟ ପ୍ରଭାବ, ଦୁଇ ଦିନ ବର୍ଷା ପରେ ପାଗ ଶୁଖିଲା

ଭୁବନେଶ୍ୱର: ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି । ଏହାର ପ୍ରଭାବ ଧୀରେ ଧୀରେ ଦୁର୍ବଳ ହେଉଛି । ଆଗାମୀ ଦୁଇ ଦିନ ରାଜ୍ୟର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ । ପରେ ପାଗ ଶୁଖିଲା ରହିବ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଏହି ପୂର୍ବାନୁମାନ ଦେଇଛି ।

ରବିବାର ଓ ସୋମବାର ଦୁଇ ଦିନ ରାଜ୍ୟରେ ପ୍ରବଳ ବର୍ଷା ହୋଇଛି । ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଗଜପତି, ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ ଦିଆଯାଇଛି ।

ସେହିଭଳି ସୋମବାର ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ଢେଙ୍କାନାଳ, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାର କିଛି ସ୍ଥାନରେ ବର୍ଷା ହୋଇପାରେ ।

୨୬ ଓ ୨୭ ବର୍ଷା ସମ୍ଭାବନା ନାହିଁ ଓ ପାଗ ଶୁଖିଲା ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ରାଜ୍ୟରେ ଆଗାମୀ ଦୁଇ ଦିନ ସାମାନ୍ୟ ବର୍ଷା ହୋଇପାରେ । ଏହାପରେ ୫ ତାରିଖ ଯାଏ ବର୍ଷା ନାହିଁ ବୋଲି ସୋଆ ଜଳାବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଆକଳନ କରିଛନ୍ତି ।