ଫେବୃୟାରୀ ୧୫ରୁ ସିବିଏସ୍ଇ ବୋର୍ଡ ପରୀକ୍ଷା

ଫେବୃୟାରୀ ୧୫ରୁ ସିବିଏସ୍ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଅନୁଷ୍ଠିତ ହେବ।

ଦଶମ, ଦ୍ୱାଦଶ ପରୀକ୍ଷା ପାଇଁ ତାରିଖ ଘୋଷଣା

ନୂଆଦିଲ୍ଲୀ,୧୨/୧୨/୨୩: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଅଧିନରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ସିବିଏସଇ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃଆରୀ ୧୫ରୁ ଏପ୍ରିଲ ୨, ୨୦୨୪ ଏବଂ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଫେବୃଆରୀ ୧୫ରୁ ମାର୍ଚ୍ଚ ୧୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ପରୀକ୍ଷା ନିୟନ୍ତ୍ରକ ସନ୍ୟାମ ଭରଦ୍ୱାଜ ସୂଚନା ଦେଇଛନ୍ତି।

ସିବିଏସ୍ଇର ଅଫିସିଆଲ୍ ୱେବସାଇଟ୍ cbse.nic.in କିମ୍ବା cbse.gov.in ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ର ତାରିଖ ପ୍ରକାଶ କରିଛି। ପ୍ରଥମ ଦିନ ପୂର୍ବାହ୍ନ ସାଢ଼େ ୧୦ଟାରୁ ଅପରାହ୍ନ ସାଢ଼େ ୧ଟା ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହେବ।