ଖୁବଶୀଘ୍ର ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ହେବ

ରାଉରକେଲା,: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍‌ ଏବଂ ସୂଚନା ଓ ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଓ ଯୁବସେବା ତଥା ଗୃହ ବିଭାଗର ମାନ୍ୟବର ରାଷ୍ଟମନ୍ତ୍ରୀ ତୁଷାରକାନ୍ତି ବେହେରା ରାଉରକେଲା ଗସ୍ତରେ ଆସି ନିର୍ମାଣାଧୀନ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମର ଅଗ୍ରଗତି ଅନୁଧ୍ୟାନ କରିଛନ୍ତି।

ଖୁବଶୀଘ୍ର ଏହି ଅନ୍ତର୍ଜାତୀୟ କ୍ରୀଡ଼ା ଭିତ୍ତିଭୂମିର ନିର୍ମାଣ କାର୍ଯ୍ୟ ଶେଷ କରାଯିବ ବୋଲି ସେ ସୂଚନା ଦେଇଛନ୍ତି। ଏହି ଗସ୍ତ ବେଳେ ମନ୍ତ୍ରୀଙ୍କ ସହ କ୍ରୀଡ଼ା ଓ ଯୁବ ସେବା ବିଭାଗର ସଚିବ ଶ୍ରୀଯୁକ୍ତ ଆର୍‍ ଭିନିଲ କ୍ରିଷ୍ଣା ଏବଂ ଇଡକୋ ପରିଚାଳନା ନିର୍ଦ୍ଦେଶକ ଭୁପିନ୍ଦର ସିଂହ ପୁନିଆ ମଧ୍ୟ ସାମିଲ ହୋଇଥିଲେ। ଏହି ଉଚ୍ଚସ୍ତରୀୟ ଟିମ୍‌ ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମ ସହ ନିର୍ମାଣାଧୀନ ବିର୍ସା ମୁଣ୍ଡା ଫୁଟବଲ ଷ୍ଟାଡିୟମ ଏବଂ ପରେ ପରେ ଦ୍ୱିତୀୟ ବ୍ରାହ୍ମଣୀ ସେତୁ ବୁଲି ଦେଖିଥିଲେ।