୨୪ ଘଣ୍ଟା ମଧ୍ୟରେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଘୂର୍ଣ୍ଣିବଳୟ ବର୍ତ୍ତମାନ ଦକ୍ଷିଣ ପୂର୍ବ ମଧ୍ୟପ୍ରଦେଶ ଏବଂ ପଡ଼ୋଶୀ ଅଞ୍ଚଳରେ ଅବସ୍ଥିତ ରହିଛି ଏବଂ ସମୁଦ୍ର ପତନଠାରୁ ୫.୮ କିଲୋମିଟର ଉଚ୍ଚତା ସହ ଦକ୍ଷିଣ ଦିଗକୁ ଗତି କରୁଛି। ଫଳରେ ଦକ୍ଷିଣ-ପଶ୍ଚିମ ମୌସୁମୀ ଓଡ଼ିଶା ଉପରେ ସକ୍ରିୟ ରହିଛି।

ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି ଏବଂ ଉପକୂଳ ଓଡିଶାର ଜିଲ୍ଲାଗୁଡିକର ଅନେକ ସ୍ଥାନରେ ବର୍ଷାସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ରାଜ୍ୟର ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଳପୁର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଓ ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।