ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କଲେ ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ:  ଦେଶର ପଞ୍ଚଦଶ ରାଷ୍ଟ୍ରପତି ଭାବେ ଶପଥ ନେଲେ ଦ୍ରୌପଦୀ ମୁର୍ମୁ । ସଂସଦର ସେଣ୍ଟ୍ରାଲ ହଲରେ ତାଙ୍କୁ ପ୍ରଧାନ ବିଚାରପତି ଶପଠପାଠ କରାଇଛନ୍ତି ।ତାଙ୍କ ଶପଥଗ୍ରହଣ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଅନେତ ବିଶିଷ୍ଟ ବ୍ୟକ୍ତିବିଶେଷ ସାମିଲ ହୋଇଥିଲେ ।

ରାଜଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି

ଶପଥ ନେବା ପୂର୍ବରୁ ଦ୍ରୌପଦୀ ମୁର୍ମୁ ତାଙ୍କ ବାସଭବନରୁ ରାଜଘାଟ ଅଭିମୁଖେ ବାହାରିଥିଲେ। ଏହି ପରିପ୍ରେକ୍ଷିରେ ସେ ରାଜଘାଟରେ ପହଞ୍ଚି ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ପ୍ରଣାମ ଓ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ।

ଏହାପରେ ୯ଟା ୪୨ରେ ରାଷ୍ଟ୍ରପତି କୋବିନ୍ଦ ଏବଂ ଦ୍ରୌପଦୀ ମୁର୍ମୁ କାବେରୀ ଛାଡ଼ି ଦରବାର ହଲ୍ ଅଭିମୁଖେ ବାହାରିଥିଲେ। ଏହାପରେ ରାଷ୍ଟ୍ରପତିଙ୍କ ଲିମୋସିନରେ ବସି ଉଭୟ ସଂସଦ ଅଭିମୁଖେ ଯାଇଥିଲେ ।