ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି।

ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି

ଭୁବନେଶ୍ୱର,୨୪/୧୨/୨୩: ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲ୍ଲିକଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏହା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଅଞ୍ଚଳର ବାସିନ୍ଦା ମାନଗୋବିନ୍ଦ ମଲ୍ଲିକ ଦେଶର ସ୍ୱାଧୀନତା ସଂଗ୍ରାମରେ ଅଂଶଗ୍ରହଣ କରିଥିଲେ ଏବଂ ଅନେକ ଥର ଜେଲ୍ ଯାଇଥିଲେ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମାନଗୋବିନ୍ଦ ସର୍ବଦା ସୃଜନଶୀଳ କାର୍ଯ୍ୟରେ ନିୟୋଜିତ ଥିଲେ। କେନ୍ଦ୍ରାପଡ଼ା ଜିଲ୍ଲାର ଜଣେ ବିଶିଷ୍ଟ ସମାଜସେବୀ ଭାବେ ମଧ୍ୟ ତାଙ୍କର ସ୍ବତନ୍ତ୍ର ଖ୍ୟାତି ଥିଲା।