ମଙ୍କିପକ୍ସକୁ ନେଇ ବଢ଼ାଯିବ ସର୍ଭେଲାନ୍ସ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ମଙ୍କିପକ୍ସ ନେଇ ସରକାର ସଜାଗ । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସମସ୍ତ ମେଡିକାଲ କଲେଜ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ, ବିଶେଷଜ୍ଞ ଡାକ୍ତରମାନଙ୍କୁ ମଙ୍କିପକ୍ସ ବାବଦରେ ସଚେତନ କରାଇବା ସହ ଗାଇଡଲାଇନ ବିଷୟରେ ପୂର୍ବରୁ ଅବଗତ କରାଯାଇଛି । ଯେଉଁମାନେ ବାହାରୁ ଆସୁଛନ୍ତି ସେମାନଙ୍କ ଉପରେ ନଜର ରଖିବାକୁ ଜିଲ୍ଲାଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଉଛି ବୋଲି କହିଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର।

ସେ ଆହୁରୀ ମଧ୍ୟ କହିଛନ୍ତି ଯେ, ଯେଉଁମାନଙ୍କର ଲକ୍ଷଣ ଥିବ ସେମାନଙ୍କୁ କିଭଳି ପରୀକ୍ଷା କରାଯିବ ଏନେଇ ଆରଏମଆରସି ସହିତ ସ୍ୱାସ୍ଥ୍ୟ ବିଭାଗ ଆଲୋଚନା କରିଛି । ଆରଏମଆରସି  ସାମ୍ପୁଲ ଟେଷ୍ଟ କରିବାର ଦାୟିତ୍ୱ ନେଇଛି । ସାରା ଦେଶରେ ଆରଏମଆରସି ସମେତ ୧୫ଟି ସ୍ଥାନରେ ମଙ୍କିପକ୍ସ ପରୀକ୍ଷା କରାଯାଉଛି । ମଙ୍କିପକ୍ସକୁ ନେଇ ସର୍ଭେଲାନ୍ସ ବଢ଼ାଯିବ । ଏମିତିକି ସମସ୍ତ ମେଡିକାଲ କଲେଜକୁ ବେଡ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।