ଭୁବନେଶ୍ୱର: ମୌସୁମୀ ଟ୍ରଫ୍ ଲାଇନ୍ ବର୍ତ୍ତମାନ ଜାମସେଦପୁର, ଦିଘା ଉପରେ ଦକ୍ଷିଣ ପୂର୍ବ ଦିଗଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଦେଇ ଗତି କରୁଛି। ଏବଂ ଏହା ସମୁଦ୍ର ପତନଠାରୁ ୧.୫ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ଅନ୍ୟପକ୍ଷରେ ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପଡ଼ୋଶୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି ଏବଂ ସମୁଦ୍ର ପତନଠାରୁ ୩.୧ କିଲୋମିଟର ଉଚ୍ଚତାରେ ଦକ୍ଷିଣ ଦିଗକୁ ଅଗ୍ରସର ହେଉଛି।
ଜୁଲାଇ ୨୬ ତାରିଖ, ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର, ଦେବଗଡ, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ, କଟକ, ଢ଼େଙ୍କାନାଳ, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ୧୪ଟି ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।