କୋରାପୁଟ ନୌକା ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁ: ମୁଖ୍ୟମନ୍ତ୍ରୀଙ୍କ ଶୋକ

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ଭୁବନେଶ୍ବର, ୨୯ ଡିସେମ୍ବର ୨୦୨୩: ଗତକାଲି କୋରାପୁଟ ଜିଲ୍ଲାର ନନ୍ଦପୁର ବ୍ଲକର ପାତାଳୀ ନଦୀରେ ଏକ ନୌକା ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।