ନିଶ୍ଚିନ୍ତୋଇଲି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୩ ଲକ୍ଷ ଲେଖାଏଁ ସହାୟତା ଘୋଷଣା

ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ।

ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ବର, ୦୨/୦୧/୨୦୨୪: ଆଜି କଟକ-ଚାନ୍ଦବାଲି ରାସ୍ତାର ନିଶ୍ଚିନ୍ତକୋଇଲିଠାରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ଏବଂ ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ଏହି ଦୁର୍ଘଟଣାରେ ନଅ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ବ୍ୟକ୍ତି ମାନଙ୍କୁ କଟକ ଏସସିବି ମେଡିକାଲ କଲେଜରେ ଭର୍ତି କରାଯାଇଛି। ସେମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।