କମୁଛି ଶୀତ, ବଢୁଛି କୁହୁଡ଼ି

ରାଜ୍ୟରେ ଧୀରେ ଧୀରେ ଶୀତର ପ୍ରକୋପ କମୁଥିଲେ ମଧ୍ୟ କୁହୁଡ଼ି କିନ୍ତୁ ବଢିବାରେ ଲାଗିଛି।

ଆଇଏମଡିର ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର, ୦୨/୦୧/୨୪: ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି ଶୀତର ପ୍ରକୋପ। କିନ୍ତୁ କୁହୁଡି ଅଧିକ ଦେଖିବାକୁ ମିଳୁଛି। ଆସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଆହୁରି ଅଧିକ ହେବାର ସମ୍ଭାବନା ରହିଛି। ଏ ନେଇ ଆଇଏମଡି ପକ୍ଷରୁ ଅନେକ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ମଧ୍ୟ ଜାରି କରାଯାଇଛି।

ଆଇଏମଡି ପକ୍ଷରୁ ମିଳିଥିବା ସୂଚନା ମୁତାବକ, ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସର୍ବନିମ୍ନ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ ହେବ ନାହିଁ। ଏହା ସହ ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସ୍ୱାଭାବିକଠାରୁ ୨ରୁ ୩ ଡିଗ୍ରି ଅଧିକ ରହିବ

ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ସୋନପୁର, ରାୟଗଡ଼ା, କୋରାପୁଟ, ମୟୂରଭଞ୍ଜ, କଟକ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,ଜଗତସିଂହପୁର ଜିଲ୍ଲାରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।