ରାଜ୍ୟରେ ଖସୁଛି ସଂକ୍ରମଣ,୨୪ ଘଣ୍ଟାରେ ଚିହ୍ନଟ ହେଲେ ୬୬୨ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର ୨୬।୦୭ : ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୬୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୨୭୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦୪ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୦୭୯୧୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୧୨ଜଣ, ଭଦ୍ରକ ଜିଲ୍ଲାରୁ ୧୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୧୦ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ଜଣ, କନ୍ଧମାଳ ଜିଲ୍ଲାରୁ ୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୫୨ଜଣ, କୋରାପୁଟ ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୪୮ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪୨ଜଣ, ଷ୍ଟେଟ ପୁଲ୍‌ରୁ ୨୮ଜଣ ରହିଛନ୍ତି ।