ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଆଜି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ସମୀକ୍ଷା କରିଛନ୍ତି।

ବାହାର ରାଜ୍ୟର ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ପୁରୀ, ୧୫/୦୧/୨୦୨୪: ଆସନ୍ତା ୧୭ ତାରିଖରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ ପାଇଁ ସମସ୍ତ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବୁଧବାର ଉଦଘାଟନ ପାଇଁ ଆଜିଠାରୁ ମହାଯଜ୍ଞ ଆରମ୍ଭ ହୋଇଛି।

ଆଜି ବାହାର ରାଜ୍ୟରୁ ଆସିଥିବା ଶ୍ରଦ୍ଧାଳୁଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରା ଯାଇଥିବା ବେଳେ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଅନ୍ୟ ଭିଆଇପିମାନେ ଶ୍ରୀମାର୍ଗ ଦେଇ ପରିକ୍ରମା ପ୍ରକଳ୍ପରେ ପହଞ୍ଚିବେ। ଉଦଘାଟନ ପରେ ବୁଧବାର ଶ୍ରୀ ସେତୁ ସାଧାରଣ ଲୋକଙ୍କ ପାଇଁ ଖୋଲାଯିବ ବୋଲି ସୋମବାର ପୁରୀରେ ପ୍ରକଳ୍ପର ସମୀକ୍ଷା ପରେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି।