ଘନ କୁହୁଡ଼ି ଯୋଗୁଁ ଏସ୍ଆରସିଙ୍କ ଆଡଭାଇଜରି

ଓଡ଼ିଶାର ଏକାଧିକ ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ଥିବାରୁ ଆଇଏମଡି ପକ୍ଷରୁ ଆଲର୍ଟ ଜାରି କରାଯାଇଛି।

ଆଇଏମଡିର ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୦/୦୧/୨୦୨୪: ଆସନ୍ତା ୩ ଦିନ ମଧ୍ୟରେ ଓଡ଼ିଶାର ଅନେକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସତର୍କବାଣୀ ଦିଆଯାଇଛି। ଏଣୁ ପାଣିପାଗ ବିଭାଗ କିଛି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

ଏହାକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ କମିଶନର (ଏସଆରସି) ଜିଲ୍ଲାପାଳମାନଙ୍କୁ ଆଡଭାଇଜରି ଜାରି କରିଛନ୍ତି। ଘନ କୁହୁଡ଼ି ସମୟରେ କୌଣସି ସଡ଼କ ଦୁର୍ଘଟଣାକୁ ଏଡ଼ାଇବା ପାଇଁ ରାଜପଥରେ ଯାନବାହନ ଚଳାଚଳକୁ ନିୟନ୍ତ୍ରଣ କରିବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ସଂପୃକ୍ତ ଜିଲ୍ଲାର ପୋଲିସ ଓ ପରିବହନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି, ଢେଙ୍କାନାଳ, ମୟୂରଭଞ୍ଜ, ଅନୁଗୁଳ, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହା ବ୍ୟତୀତ ଆସନ୍ତା କିଛି ଦିନ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ବରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଓ ବଜ୍ରପାତ ହେବାର ପୂର୍ବାନୁମାନ କରାଯାଇଛି।